सोमवार, दिसंबर 23 2024 | 09:01:07 AM
Breaking News
Home / Choose Language / Odia / ସୁରଟର ଜୈନ ବିଶ୍ୱଭାରତୀ ଅନୁଷ୍ଠାନର ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

ସୁରଟର ଜୈନ ବିଶ୍ୱଭାରତୀ ଅନୁଷ୍ଠାନର ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

Follow us on:

ଚରିତ୍ର ନିର୍ମାଣ ଓ ଦକ୍ଷତା ବୃଦ୍ଧି କରିବା ହେଉଛି ଶିକ୍ଷାର ମୂଳ ଉଦ୍ଦେଶ୍ୟ । ଭାରତୀୟତା ମୂଲ୍ୟବୋଧ ଉପରେ ଆଧାରିତ ରାଷ୍ଟ୍ରୀୟ ଶିକ୍ଷା ନୀତି ; ଭବିଷ୍ୟତର ଶିକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରିବା ଦିଗରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୋମବାର ଗୁଜୁରାଟର ସୁରଟରେ ଜୈନ ବିଶ୍ୱଭାରତୀ ଅନୁଷ୍ଠାନର ୧୫ତମ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସମ୍ମାନ, ଡିଗ୍ରୀ ଏବଂ ପଦକଧାରୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେ କହିଛନ୍ତି ଯେ ଜୈନ ବିଶ୍ୱଭାରତୀ ଇନଷ୍ଟିଚ୍ୟୁଟ୍ ହେଉଛି ଅନୁଭୂତିମୂଳକ ଶିକ୍ଷାର ଏକ ବୃହତ ପ୍ରୟୋଗଶାଳା । ବିଶ୍ୱବିଦ୍ୟାଳୟ ସମାବର୍ତ୍ତନର ପରମ୍ପରା ଏହାର ଏକ ଜୀବନ୍ତ ଉଦାହରଣ । ଜୈନ ବିଶ୍ୱ ଭାରତୀ ଅନୁଷ୍ଠାନ ମୂଲ୍ୟବୋଧ ଭିତ୍ତିକ ଶିକ୍ଷାର ବଟ୍ଟବୃକ୍ଷ ଭାବରେ ନିଜକୁ ପ୍ରତିଷ୍ଠିତ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରାକୃତ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଛନ୍ତି । ଏହି ଅନୁଷ୍ଠାନରେ ପ୍ରାକୃତ ଭାଷା ଉପରେ ଏକ ସ୍ୱତନ୍ତ୍ର ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବା ଆମର ଦାୟିତ୍ୱ ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ ଜୈନ ଧର୍ମର ମୂଲ୍ୟବୋଧ ଓ ଜୀବନ ଦର୍ଶନ ଆଜି ଏକ ବୈଶ୍ୱିକ ଆବଶ୍ୟକତା । ଜୈନ ବିଶ୍ୱଭାରତୀ ଅନୁଷ୍ଠାନ ବିକଶିତ ଭାରତର ଲକ୍ଷ୍ୟ ନେଇ ଆଗକୁ ବଢିବା ପାଇଁ ପ୍ରଚେଷ୍ଟା କରୁଥିବା ଏକ ସମ୍ମାନସ୍ପଦ ଶିକ୍ଷାନୁଷ୍ଠାନ । ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ ନେଇ ଯେଉଁ ସବୁ ଲକ୍ଷ୍ୟ ରଖାଯାଇଛି, ସେ ସବୁକୁ ନିଶ୍ଚୟ ପୂରଣ କରାଯିବ । ତେବେ ପପିବର୍ତ୍ତିତ ଟେକ୍ଲୋଲୋଜି ଯୁଗରେ ଏକ ବଡ ଆହ୍ୱାନ ରହିଛି । ଆହ୍ୱାନଟି ହେଉଛି, ଆଗାମୀ ଦିନରେ ‘ବିଜ୍ଞାନ ମଣିଷକୁ ଚଳାଇବ ନା ମଣିଷ ବିଜ୍ଞାନର ନିୟନ୍ତ୍ରକ ହେବ? ତେବେ ମୂଲ୍ୟବୋଧ, ସଂସ୍କାର ଓ ଉତ୍ତମ ବ୍ୟକ୍ତିତ୍ୱ ଦ୍ୱାରା ହିଁ ଏହି ଦ୍ୱନ୍ଦକୁ ଦୂର କରାଯାଇପାରିବ । ତେଣୁ ଏହି ଆଧାରରେ ଉକ୍ତ ଆହ୍ୱାନର ସମାଧାନ ଦିଗରେ ଆଗଭର ହେବା ପାଇଁ କେନ୍ଦ୍ରମନ୍ତ୍ରୀ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କରିଛନ୍ତି । ଜୈନ ବିଶ୍ୱଭାରତୀ ଅନୁଷ୍ଠାନ ଜ୍ଞାନର ବଡ ପୁଞ୍ଜି ହେଇ ମାନବତାକୁ ଏକ ନୂଆ ଜୀବନ ପ୍ରଦାନ କରିବା ନେଇ ସେ ଆଶାବ୍ୟକ୍ତ କରିଛନ୍ତି ।

ଜୈନ ବିଶ୍ୱ ଭାରତୀ ଅନୁଷ୍ଠାନର ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ପ୍ରଧାନ ପରମ ପୂଜ୍ୟ ଆଚାର୍ଯ୍ୟ ଶ୍ରୀ ମହାଶ୍ରମଣଜୀଙ୍କ ଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ ।

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ଓଡ଼ିଶାରେ ସାମୁଦ୍ରିକ ମତ୍ସ୍ୟ ବିକାଶ

ଭାରତ ସରକାରଙ୍କ ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନ ମତ୍ସ୍ୟ ବିଭାଗ ମତ୍ସ୍ୟ ସମ୍ପଦ ସଂରକ୍ଷଣ ଏବଂ ସାମୁଦ୍ରିକ ମତ୍ସ୍ୟଚାଷର ସ୍ଥିରତା ପାଇଁ …