सोमवार, दिसंबर 23 2024 | 01:54:47 PM
Breaking News
Home / Choose Language / Odia / କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ ଶିକ୍ଷା ଏବଂ ବୈଷୟିକ ଶିକ୍ଷା ଉପରେ ଆୟୋଜିତ ରାଷ୍ଟ୍ରୀୟ କର୍ମଶାଳା ଉଦଘାଟିତ

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଚ୍ଚ ଶିକ୍ଷା ଏବଂ ବୈଷୟିକ ଶିକ୍ଷା ଉପରେ ଆୟୋଜିତ ରାଷ୍ଟ୍ରୀୟ କର୍ମଶାଳା ଉଦଘାଟିତ

Follow us on:

ଶିଳ୍ପ ବିପ୍ଳବ ୪.୦ ଆମର ଶିକ୍ଷା ଭିତ୍ତିଭୂମିକୁ ବିଶ୍ୱମାନର କରିବା ପାଇଁ ଏକ ବଡ ସୁଯୋଗ ଦେଇଛି । ଏହାକୁ ଦୃଷ୍ଟିରେ ରଖି ଆମକୁ ଅଭିନବ ମଡେଲ ମାଧ୍ୟମରେ ବିଶ୍ୱବିଦ୍ୟାଳୟକୁ ମଜଭୂତ୍ କରିବାକୁ ହେବ । ଶିକ୍ଷା ଭିତ୍ତିଭୂମିର ବିକାଶ କରି ଦେଶକୁ ଏକ ଉତ୍ପାଦନକାରୀ ଅର୍ଥନୀତିରେ ପରିଣତ କରିବାକୁ ପଡ଼ିବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଉଚ୍ଚ ଶିକ୍ଷା ଏବଂ ବୈଷୟିକ ଶିକ୍ଷା ଉପରେ ଆୟୋଜିତ ଦୁଇ ଦିନିଆ ରାଷ୍ଟ୍ରୀୟ କର୍ମଶାଳାକୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ଶ୍ରୀ ପ୍ରଧାନ ଜାତୀୟ ଶିକ୍ଷା ନୀତି ଉପରେ ଆଲୋକପାତ କରିବା ସହ କହିଛନ୍ତି, ଏହି କର୍ମଶାଳା ଉତ୍ତମ ଶୈକ୍ଷିକ ବିଚାରବିମର୍ଶ ପାଇଁ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବ । ବିଶେଷ ଭାବରେ ଶିକ୍ଷା ଦ୍ୱାରା କିପରି ଜୀବନଯାପନକୁ ଅଧିକ ସୁଗମ କରିବ, ତାହାର ମାର୍ଗ ଅଧିକ ପ୍ରଶସ୍ତ କରିବା ପାଇଁ ଆଜିର କର୍ମଶାଳା ତାହାର ଏକ ମାଧ୍ୟମ ହେବ । ଆଜିର ଏହି କାର୍ଯ୍ୟକ୍ରମ ଦେଶରେ ମୁଣ୍ଡପିଛା ଆୟ ବୃଦ୍ଧି କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ନିର୍ଦ୍ଧାରିତ ଜାତୀୟ ପ୍ରାଥମିକତା ହାସଲ କରିବାରେ ଯଥେଷ୍ଟ ଉନ୍ନତି ଆଣିପାରିବ ।

ଏହି ଅବସରରେ ଏକାଡେମିକ୍ ଲିଡର୍ ଓ ପ୍ରଶାସକମାନଙ୍କ ପାଇଁ ୫ଟି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଉପରେ ଦୃଷ୍ଟି ଦେବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି । ଏଗୁଡ଼ିକ ହେଉଛି ଅଭିନବ ପାଣ୍ଠି ମାଧ୍ୟମରେ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକୁ ସୁଦୃଢ଼ କରିବା, ଶିଳ୍ପର ଚାହିଦା ସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଆବଶ୍ୟକତା ଏବଂ ଆକାଂକ୍ଷା ଅନୁଯାୟୀ ପାଠ୍ୟକ୍ରମ ପ୍ରସ୍ତୁତ କରିବା ସହ ଥିଙ୍କ୍ ଟ୍ୟାଙ୍କ ସ୍ଥାପନ କରିବା । ଅନୁରୂପ ଭାବରେ ବୈଶ୍ୱିକ ସମସ୍ୟାର ସମାଧାନରେ ନେତୃତ୍ୱ ନେବା ପାଇଁ ଗବେଷଣା ଏବଂ ନବସୃଜନ ପାଇଁ ଏକ ବହୁବିଭାଗୀୟ ଆଭିମୁଖ୍ୟ ଗ୍ରହଣ କରିବା; ପ୍ରତିଷ୍ଠିତ କେନ୍ଦ୍ର ଓ ରାଜ୍ୟର ଅନୁଷ୍ଠାନଗୁଡ଼ିକ ସହିତ ସହଯୋଗ ମାଧ୍ୟମରେ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏକାଡେମିକ ନେତୃତ୍ୱ ବିକାଶ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଏବଂ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ କ୍ରୀଡ଼ା, ବକ୍ତୃତା, କବିତା, ନାଟକ, କଳା ମାଧ୍ୟମରେ କ୍ୟାମ୍ପସର ଜୀବନ୍ତତାକୁ ପୁନରୁଦ୍ଧାର କରିବା ଏବଂ ଏହି ଅଣ-ଶିକ୍ଷାଗତ କ୍ଷେତ୍ରଗୁଡ଼ିକୁ ପ୍ରାଥମିକତା ଦେବାକୁ ହେବ ।

ଶ୍ରୀ ପ୍ରଧାନ ଭାରତୀୟ ଭାଷାରେ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି । ଦେଶର ଛାତ୍ରଛାତ୍ରୀଙ୍କ ପ୍ରତି ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱାରୋପ କରି ସେ କହିଛନ୍ତି ଯେ ଶିକ୍ଷା କ୍ଷେତ୍ରରେ ଭାରତର ବିଶ୍ୱସ୍ତରୀୟ ନେତୃତ୍ୱ ନେବା ପାଇଁ ସମସ୍ତଙ୍କୁ ମିଳିମିଶି କାମ କରିବାକୁ ପଡିବ ।

ଏହି ଦୁଇ ଦିନିଆ କର୍ମଶାଳାରେ ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା- ଆହ୍ୱାନ ଏବଂ ରୋଡମ୍ୟାପ୍ ବିଷୟବସ୍ତୁ ଉପରେ ୧୪ଟି ବୈଷୟିକ ଅଧିବେଶନ ; ଶିକ୍ଷାରେ ବୈଷୟିକ ଜ୍ଞାନକୌଶଳ; ଶିକ୍ଷା କ୍ଷେତ୍ରରେ ସହଯୋଗ; ଡିଜିଟାଲ ଶାସନ; ଦକ୍ଷତା ବିକାଶ ଏବଂ ନେତୃତ୍ୱ; ଏବଂ ଉଚ୍ଚଶିକ୍ଷାର ଅର୍ଥ ଯୋଗାଣ ବିଶିଷ୍ଟ ପ୍ୟାନେଲିଷ୍ଟଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଯାଉଛି ।

ଆଜିର ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଡ. ସୁକାନ୍ତ ମଜୁମଦାରଙ୍କ ସମେତ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚଶିକ୍ଷା ବିଭାଗର ସଚିବ, ଅତିରିକ୍ତ ଶାସନ ସଚିବ, ୟୁଜିସିର ଅଧ୍ୟକ୍ଷ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସଚିବ, ଶିକ୍ଷାବିତ୍, ବିଭିନ୍ନ ଶିକ୍ଷାନୁଷ୍ଠାନର ମୁଖ୍ୟ ଏବଂ ମନ୍ତ୍ରଣାଳୟର ଅଧିକାରୀମାନେ ଉପସ୍ଥିତ ଥିଲେ ।

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ଓଡ଼ିଶାରେ ସାମୁଦ୍ରିକ ମତ୍ସ୍ୟ ବିକାଶ

ଭାରତ ସରକାରଙ୍କ ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନ ମତ୍ସ୍ୟ ବିଭାଗ ମତ୍ସ୍ୟ ସମ୍ପଦ ସଂରକ୍ଷଣ ଏବଂ ସାମୁଦ୍ରିକ ମତ୍ସ୍ୟଚାଷର ସ୍ଥିରତା ପାଇଁ …