बुधवार, दिसंबर 04 2024 | 02:21:58 PM
Breaking News
Home / Choose Language / Odia (page 5)

Odia

Odia

ପ୍ରଧାନମନ୍ତ୍ରୀଙ୍କୁ “ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ନାଇଜର” ପ୍ରଦାନ

17.11.2024 : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍ ର ରାଷ୍ଟ୍ରପତି ମହାମହିମ ଶ୍ରୀ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ” ଗ୍ରାଣ୍ଡ କମାଣ୍ଡର ଅଫ୍‌ ଦି ଅର୍ଡର ଅଫ୍ ନାଇଜର ” ଜାତୀୟ ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ପ୍ରଶଂସାପତ୍ରରେ ଉଲ୍ଲେଖ କରାଯାଇଛି ଯେ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ …

Read More »

ନାଇଜେରିଆରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ

ନାଇଜେରିଆର ଅବୁଜାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମାନାର୍ଥେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସେ ଉଦବୋଧନ ଦେଇଛନ୍ତି । ଭାରତୀୟ ସମୁଦାୟଙ୍କ ପକ୍ଷରୁ ତାଙ୍କୁ ଦିଆଯାଇଥିବା ଉତ୍ସାହଭରା ସମ୍ବର୍ଦ୍ଧନାରେ ପ୍ରଧାନମନ୍ତ୍ରୀ ଖୁସି ଜାହିର କରିଛନ୍ତି । ସେ କହିଛନ୍ତି ପ୍ରବାସୀଙ୍କ ପକ୍ଷରୁ ଦିଆଯାଇଥିବା ଭଲପାଇବା ଓ ବନ୍ଧୁତ୍ୱ ତାଙ୍କ ପାଇଁ ବଡ଼ ପୁଞ୍ଜି । ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ, ରାଷ୍ଟ୍ରପତି ତିନୁବୁଙ୍କ ସହ ଆଲୋଚନା ଅବସରରେ …

Read More »

‘ବିକଶିତ ଭାରତ ୨୦୪୭’ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ଯ୍ୟକ୍ରମ ଶୁକ୍ରବାର କଟକ ବାଲିଯାତ୍ରା ପଡ଼ିଆରେ ଉଦଘାଟିତ ହୋଇଯାଇଛି । ଦୀର୍ଘ ଆଠ ଦିନବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି …

Read More »

ମିଥ୍ୟା ଖବରର ମୁକାବିଲା ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ଡିଜିଟାଲ ମିଡିଆ ଉତ୍ତରଦାୟିତ୍ୱ ନେବାକୁ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ

ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ୨୦୨୪ ଅବସରରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗନ୍, ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର …

Read More »

ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ : ପିଆଇବି ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର

ମଣିଷ ଜୀବନରେ ସ୍ୱାଧୀନତାର ବିଶେଷ ଗୁରୁତ୍ୱ ରହିଛି । ସ୍ୱାଧୀନତାର ସହ ବଞ୍ଚିଲେ ମଣିଷ ଜୀବନର ପ୍ରକୃତ ଆନନ୍ଦ ଲାଭ କରିପାରିବ । ତେବେ ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ । ନିରଙ୍କୁଶ ସ୍ୱାଧୀନତା ଭିତରେ ବି ଦାୟିତ୍ୱବୋଧ ଥାଏ। ଅନୁରୂପ ଭାବେ ଗଣମାଧ୍ୟମ ପାଇଁ ସ୍ୱାଧୀନତା ଯେତିକି ଜରୁରୀ, ଦାୟିତ୍ୱବୋଧତା ମଧ୍ୟ ସମପରିମାଣରେ ଆବଶ୍ୟକ। ଆଜି ଏହା କହିଛନ୍ତି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଓଡ଼ିଶା ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର। ଭୁବନେଶ୍ୱର ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍‌ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ମିଶ୍ର କହିଛନ୍ତି, ଉଭୟ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନରେ ସ୍ୱାଧୀନତାର ଜରୁରୀ ଆବଶ୍ୟକତା ଉପରେ ଦାର୍ଶନିକମାନେ ଆଲୋକପାତ କରିଛନ୍ତି । ‘ଗଣମାଧ୍ୟମର ପରିବର୍ତ୍ତନଶୀଳ ସ୍ୱରୂପ’ ଶୀର୍ଷକ ବିଷୟବସ୍ତୁ ଉପରେ ଅଭିଭାଷଣ ରଖି ସେ କହିଛନ୍ତି, ଗଣମାଧ୍ୟମ ପାଇଁ ମଧ୍ୟ ସ୍ୱାଧୀନତା ଜରୁରୀ। ତେବେ ଗଣମାଧ୍ୟମ ସରକାରଙ୍କ ସହ ରହିବା ଦରକାର ବୋଲି ସେ ନିବେଦନ କରିଛନ୍ତି । ଶ୍ରୀ ମିଶ୍ର କହିଛନ୍ତି, ସରକାର ହେଉଛନ୍ତି ଜନସାଧାରଣଙ୍କ ଆଶା ଓ ଭରସାର ପ୍ରତୀକ। ତେଣୁ ଗଣମାଧ୍ୟମ ସରକାରଙ୍କ ସହ ରହି ମଧ୍ୟ ପରିବର୍ତ୍ତନର ବାହକ ହେବା ଆବଶ୍ୟକ । ସବୁ ସରକାରୀ କର୍ମଚାରୀ ଏବଂ ଗଣମାଧ୍ୟମ ଜନସାଧାରଣଙ୍କ ଆଶାଆକାଂକ୍ଷାକୁ ପୂରଣ କରିବା ପାଇଁ କାମ କରିଥା’ନ୍ତି ବୋଲି ଶ୍ରୀ ମିଶ୍ର କହିଥିଲେ। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ କହିଥିଲେ, ବିଗତ ଦଶନ୍ଧିରେ ଗଣମାଧ୍ୟମ ପରିଦୃଶ୍ୟରେ ଅନେକ ପରିବର୍ତ୍ତନ ଆଣିଛି । ମୂଦ୍ରିତ ଗଣମାଧ୍ୟମର କ୍ରମବିକାଶ ସହିତ ବୈଦ୍ୟୁତିକ ଗଣମାଧ୍ୟମର ଉଦ୍ଭବ ହୋଇଛି ଏବଂ ବର୍ତ୍ତମାନ ଆମେ ସମସ୍ତେ ଡିଜିଟାଲ ମିଡିଆର ଯୁଗରେ ପହଞ୍ଚିଛୁ । ଫଳରେ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ପରିବର୍ତ୍ତିତ ସମୟ ସହିତ ତାଳ ଦେଇ ବଦଳିବାକୁ ପଡ଼ିଛି । ସ୍ୱାଧୀନତା ପୂର୍ବ ଏବଂ ପରବର୍ତ୍ତୀ ସମୟ ତୁଳନାରେ ବର୍ତ୍ତମାନ ଗଣମାଧ୍ୟମର ଆକାର, ପ୍ରକୃତି ତଥା ପରିସର ବଦଳିଛି ଓ ବ୍ୟାପକ ହୋଇଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ ସାମଲ ଜାତୀୟ ପ୍ରେସ ଦିବସ କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହିତ ଭାରତୀୟ ଗଣତନ୍ତ୍ରରେ ଅଭିବ୍ୟକ୍ତିର ସ୍ୱାଧୀନତା ଉପରେ ମତ ରଖିଥିଲେ। ସେ କହିଥିଲେ ସମ୍ବିଧାନ ଭାରତୀୟ ଗଣତନ୍ତ୍ରର ମୂଳପିଣ୍ଡ ଏବଂ ଏଥିରେ ସ୍ୱାଧୀନ ଭାବେ ମତ ରଖିବାର ଅଧିକାର ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହା ଜରିଆରେ ଗଣମାଧ୍ୟମକୁ ବି ସ୍ୱାଧୀନତା …

Read More »

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ସମ୍ମିଳନୀ 2024କୁ ସମ୍ବୋଧିତ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ହିନ୍ଦୁସ୍ତାନ ଟାଇମ୍ସକୁ ମହାତ୍ମା ଗାନ୍ଧୀ ୧୦୦ ବର୍ଷ ପୂର୍ବେ ଉଦଘାଟନ କରିଥିଲେ ଏବଂ ହିନ୍ଦୁସ୍ତାନ ଟାଇମ୍ସ (ଏଚ୍ ଟି)ର ୧୦୦ ବର୍ଷର ଐତିହାସିକ ଯାତ୍ରା ଏବଂ ଏହାର ଉଦଘାଟନ ପରଠାରୁ ଏହା ସହ ଜଡ଼ିତ ଥିବା ସମସ୍ତ …

Read More »

ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ମୁଁ ଏବେ ବିମାନରେ ଚଢ଼ିବାକୁ ଯାଉଛି । ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ । ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ । ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି । ବ୍ରାଜିଲରେ ମୁଁ ୧୯ ତମ ଜି-୨୦ ଶିଖର ସମ୍ମିଳନୀରେ ଟ୍ରୋଇକା ସଦସ୍ୟ ଭାବେ ଯୋଗ ଦେବି । ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା । ଚଳିତ ବର୍ଷ ବ୍ରାଜିଲ ଏହେି ପରମ୍ପରାକୁ ଆଗକୁ ନେବ । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ମୁଁ ଅପେକ୍ଷା କରି ରହିଛି । ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବାକୁ ମଧ୍ୟ ଏହି ସୁଯୋଗର ମୁଁ ସଦ୍‌ବ୍ୟବହାର କରିବି । ରାଷ୍ଟ୍ରପତି ମହମ୍ମଦ ଇରଫାନ ଅଲ୍ଲୀଙ୍କ ଆମନ୍ତ୍ରଣ କ୍ରମେ ମୋର ଗୁୟାନା ଗସ୍ତ ବିଗତ ୫୦ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଗୁୟାନା ଗସ୍ତ ହେବ । ଐତିହ୍ୟ, ସଂସ୍କୃତି ଓ ନୈତିକତା ଆଧାରରେ ଆମର ସ୍ୱତନ୍ତ୍ର ସମ୍ପର୍କକୁ ରଣନୀତିକ ଦିଗକୁ ନେବାକୁ ଆମେ ଭାବ ବିନିମୟ କରିବୁ । ଭାରତର ଏକ ପୁରାତନ ସମୁଦାୟ ଯେଉଁମାନେ କି ୧୮୫ ବର୍ଷ ପୂର୍ବେ ଗୁୟାନା ଚାଲି ଯାଇଥିଲେ ସେମାନଙ୍କୁ ମୁଁ ସମ୍ମାନ ଜଣାଇବି ଏବଂ ଲୋକତନ୍ତ୍ରର ସାଥୀ ଭାବେ ସଂସଦରେ ମୁଁ ଉଦବୋଧନ ଦେବି । ଏହି ଗସ୍ତ ଅବସରରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ପାଇଁ ମୁଁ ନାରିବିୟନ ସହଯୋଗୀ ଦେଶର ନେତୃବୃନ୍ଦଙ୍କ ସହ ଯୋଗ ଦେବି । ସୁଖ ଦୁଃଖ ସମୟରେ ଆମେ ଏକାଠି ହୋଇ ରହିଛୁ । ଶିଖର ସମ୍ମିଳନୀ ଆମକୁ ଐତିହାସିକ ସମ୍ପର୍କର ନବୀକରଣ ପାଇଁ ଏବଂ ନୂତନ କ୍ଷେତ୍ରକୁ ଆମ ସହଯୋଗକୁ ସମ୍ପ୍ରସାରିତ କରିବାକୁ ସୁଯୋଗ ଦେବ ।

Read More »

୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଅକ୍ଷୟ ଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଗଠିତ ହେବ ସମର୍ପିତ ଟାସ୍କ ଫୋର୍ସ : କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

୨୦୩୦ ସୁଦ୍ଧା ଅକ୍ଷୟ ଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଶକ୍ତି ମନ୍ତ୍ରଣାଳୟ ସହଭାଗିତାରେ ସବୁ ଅଂଶୀଦାରଙ୍କୁ ନେଇ ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଏକ ସମର୍ପିତ ଟାସ୍କ ଫୋର୍ସ ଗଠନ କରାଯିବ ବୋଲି କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଘୋଷଣା କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ଯୋଶୀ ଆଜି ଭୁବନେଶ୍ୱର ଠାରେ ନୂତନ ଓ ଅକ୍ଷୟ ଶକ୍ତି …

Read More »

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭଗବାନ ବିର୍ସା ମୁଣ୍ଡାଙ୍କ ଏକ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀର ବାନ୍ସେରା ପାର୍କରେ ଭଗବାନ ବିର୍ସା ମୁଣ୍ଡାଙ୍କ ଏକ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ, ଦିଲ୍ଲୀର ଲିୟୁଟନାଂଟ ଗଭର୍ଣର ଶ୍ରୀ ବିନୟ କୁମାର ସାକ୍ସେନା, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହର୍ଷ ମାଲହୋତ୍ରା ଏବଂ ଅନେକ …

Read More »

‘ଆଇଏସବି ଇନସାଇଟ୍ସ ଫୋରମ’ରେ ଓଡ଼ିଶାର ‘ବୋଇତ ବନ୍ଦାଣ’ର କଥା କହିଲେ କେନ୍ଦ୍ରମନ୍ତ୍ରୀ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାର ପବିତ୍ର ଦିବସରେ ହାଇଦ୍ରାବାଦ ସ୍ଥିତ ଇଣ୍ଡିଆନ ସ୍କୁଲ୍ ଅଫ୍ ବିଜନେସ କ୍ୟାମ୍ପସ ପରିସରରେ ଆୟୋଜିତ “ଆଇଏସବି ଇନସାଇଟ୍ସ ଫୋରମ – ୨୦୨୪”ରେ ଯୋଗଦେଇ କାର୍ତ୍ତିକ ପୂର୍ଣ୍ଣିମା ଏବଂ ଓଡ଼ିଶାରେ ପାଳିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବର ମାହାତ୍ମ୍ୟ ଉପରେ ଆଲୋକପାତ କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ କାର୍ତ୍ତିକ ପୂର୍ଣ୍ଣିମାର ଅନେକ ମହତ୍ତ୍ୱ ରହିଛି । ସମଗ୍ର …

Read More »