ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା (ପିଏସ୍ଏ) ପ୍ରଫେସର ଅଜୟ କେ ସୁଦଙ୍କ ଅଧ୍ୟକ୍ଷତାରେ ନଭେମ୍ବର ୨୫-୨୬ ରେ ଭୁବନେଶ୍ୱରରେ ସମସ୍ତ ସର୍ବଭାରତୀୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା (ଏସ ଆଣ୍ଡ ଟି) କ୍ଲଷ୍ଟରର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ୨୫ ନଭେମ୍ବର ୨୦୨୪ରେ ପିଏସଏ କାର୍ଯ୍ୟାଳୟ (ଓପିଏସ୍ଏ)ର ୨୫ତମ ବାର୍ଷିକୀ ଅବସରରେ ଭୁବନେଶ୍ବର ସିଟି ନଲେଜ୍ ଆଣ୍ଡ ଇନୋଭେସନ୍ କ୍ଲଷ୍ଟର ଫାଉଣ୍ଡେସନ (ବିସିକେଆଇସି) ପକ୍ଷରୁ ଏହି ବୈଠକ ଅନୁଷ୍ଠିତ …
Read More »ନଭେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ୱରରେ ‘ଚିନ୍ତନ ଶିବିର’ ଆୟୋଜନ କରିବ ଏମ୍ଏନ୍ଆରଇ
କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା ନଭେମ୍ବର ୧୪ ଓ ୧୫ ତାରିଖରେ ଭୁବନେଶ୍ବରସ୍ଥିତ ଆଇଟିସିଠାରେ ଦୁଇଦିନିଆ ଚିନ୍ତନ ଶିବିର ଆୟୋଜନ କରାଯାଇଛି। ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଲକ୍ଷ୍ୟ ହାସଲ କରିବା ଏବଂ ୨୦୪୭ ସୁଦ୍ଧା ୧୮୦୦ ଗିଗାଓ୍ଵାଟ୍ ର ପରବର୍ତ୍ତୀ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରଗତି ଉପରେ ଏହି କାର୍ଯ୍ୟକ୍ରମରେ ଗୁରୁତ୍ୱ ଦିଆଯିବ। ନଭେମ୍ବର ୧୪ ତାରିଖ ସକାଳ ୯ଟାରେ କେନ୍ଦ୍ର ନୂତନ …
Read More »ଆସନ୍ତା କାଲିଠାରୁ ଭୁବନେଶ୍ୱରରେ ପଞ୍ଚମ ଜାତୀୟ ଇଏମ୍ଆରଏସ୍ ସାଂସ୍କୃତିକ ଓ ସାହିତ୍ୟ ମହୋତ୍ସବ ଏବଂ କଳା ଉତ୍ସବ
ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଥିବା ଜାତୀୟ ଶିକ୍ଷା ସମିତି (ଏନଇଏସଟିଏସ୍) ପକ୍ଷରୁ ୫ମ ଜାତୀୟ ଇଏମ୍ଆରଏସ୍ ସାଂସ୍କୃତିକ ଓ ସାହିତ୍ୟ ଉତ୍ସବ ଏବଂ କଳା ଉତ୍ସବ-୨୦୨୪ ଅନୁଷ୍ଠିତ ହେବ। ଆସନ୍ତା ନଭେମ୍ବର ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଶିକ୍ଷା ‘ଓ’ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଓଡ଼ିଶା ମଡେଲ୍ ଜନଜାତି ଶିକ୍ଷା ସମିତି (ଓଏମଟିଇଏସ୍) ପକ୍ଷରୁ ଏହି ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ …
Read More »ଭୁବନେଶ୍ୱରରେ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର ଅନୁଷ୍ଠିତ
ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି ବିଭାଗ ଦେଶବ୍ୟାପୀ ଡିଜିଟାଲ ଲାଇଫ ସାର୍ଟିଫିକେଟ୍ (ଡିଏଲସି) ଅଭିଯାନ 3.0 ଆୟୋଜନ କରୁଛି। ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଜୀବନପ୍ରମାଣପତ୍ର ଦାଖଲ ଶିବିର ଆୟୋଜନ କରାଯାଉଥିବା ବେଳେ ପେନସନଭୋଗୀମାନେ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଆଧାର ଭିତ୍ତିକ ପ୍ରମାଣୀକରଣ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଏହି କ୍ରମରେ ଆଜି ରାଜଧାନୀ ଭୁବନେଶ୍ବରର ବାପୁଜୀ ନଗର, ନୟାପଲ୍ଲୀ, ଜନପଥ, ରାମ ମନ୍ଦିର, ଖଣ୍ଡଗିରି, ଭୌମନଗର ମୁଖ୍ୟ ଡାକ ଘର, ଝାରପଡ଼ା ଆଦି ସ୍ଥାନରେ ଡିଜିଟାଲ ଜୀବନ ପ୍ରମାଣପତ୍ର (ଡିଏଲସି) ଶିବିର ଆୟୋଜନ କରାଯାଇଥିଲା। ପେନସନ ବିଭାଗର ବରିଷ୍ଠ ନିର୍ଦ୍ଦେଶକ (ଆଇଟି) ଅନୀଲ ବଂଶଲଙ୍କ ସମେତ ବ୍ୟାଙ୍କ ଅଫ୍ ବରୋଦା, ଆଇପିପିବି, ୟୁଆଇଡିଏଆଇର ବରିଷ୍ଠ ଅଧିକାରୀ ଏବଂ କେନ୍ଦ୍ର ସରକାରଙ୍କ ପେନସନଭୋଗୀ ସଂଘର କର୍ମକର୍ତ୍ତାମାନେ ଯୋଗ ଦେଇ ପେନସନଭୋଗୀମାନଙ୍କୁ ଡିଏଲସି ପାଇଁ ସହାୟତା କରିଥିଲେ ଏବଂ ଫେସ୍ ଅଥେଟିକେସନ୍ ପଦ୍ଧତି ସମ୍ପର୍କରେ ସଚେତନ କରାଇଥିଲେ। ଏହି ଶିବିରଗୁଡ଼ିକରେ ବ୍ୟାପକ ପ୍ରଚାରପ୍ରସାର ଓ ସଚେତନତା ଉପରେ ଗୁରୁତ୍ବାରୋପ କରାଯାଇଥିଲା। ଅନ୍ୟପକ୍ଷରେ ଆସନ୍ତାକାଲି ପୁରୀ ସହରର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଶିବିର ଆୟୋଜନ କରାଯିବ। ଏହି ଶିବିର ବ୍ୟାଙ୍କ ବରୋଦା ସ୍ବର୍ଗଦ୍ବାର, ପୁରୀ ଶାଖା ଏବଂ ମୁଖ୍ୟ ଡାକ ଘର, କଚେରୀ ଛକ ପୁରୀ ଠାରେ ଆୟୋଜନ କରାଯିବ। ବିଭାଗର ବରିଷ୍ଠ ନିର୍ଦ୍ଦେଶକ (ଆଇଟି) ଅନୀଲ ବଂଶଲ ଶିବିର ପରିଦର୍ଶନ କରି ଡିଜିଟାଲ ମାଧ୍ୟମରେ ଜୀବନପ୍ରମାଣପତ୍ର ଦାଖଲ କରିବାରେ ପେନସନଭୋଗୀଙ୍କୁ ସହାୟତା ଯୋଗାଇ ଦେବେ। ଏହି ଶିବିରଗୁଡ଼ିକରେ ଆବଶ୍ୟକସ୍ଥଳେ, ପେନସନଭୋଗୀମାନଙ୍କୁ ସେମାନଙ୍କର ଆଧାର ରେକର୍ଡ ଅପଡେଟ୍ କରିବା ଏବଂ ଯେକୌଣସି ବୈଷୟିକ ସମସ୍ୟାର ସମାଧାନ କରିବାରେ ୟୁଆଇଡିଏଆଇ ପକ୍ଷରୁ ସହାୟତା ଯୋଗାଇ ଦିଆଯିବ । ଏଥିପୂର୍ବରୁ ପେନସନଭୋଗୀମାନଙ୍କୁ ପେନସନ ବିତରଣ କର୍ତ୍ତୃପକ୍ଷଙ୍କ କାର୍ଯ୍ୟାଳୟକୁ ଯିବାକୁ ପଡୁଥିଲା, ଯାହା ବୟସ୍କ ବ୍ୟକ୍ତିଙ୍କ ପାଇଁ ଅନେକ ସମୟରେ ଆହ୍ୱାନପୂର୍ଣ୍ଣ ଥିଲା …
Read More »ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର
ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି ବିଭାଗ ଦେଶବ୍ୟାପୀ ଡିଜିଟାଲ ଲାଇଫ ସାର୍ଟିଫିକେଟ୍ (ଡିଏଲସି) ଅଭିଯାନ 3.0 ଆୟୋଜନ କରୁଛି। ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଜୀବନପ୍ରମାଣପତ୍ର ଦାଖଲ ଶିବିର ଆୟୋଜନ କରାଯାଉଥିବା ବେଳେ ପେନସନଭୋଗୀମାନେ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଆଧାର ଭିତ୍ତିକ ପ୍ରମାଣୀକରଣ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଆସନ୍ତାକାଲି, ଅର୍ଥାତ୍ ୭ ନଭେମ୍ବରରେ ଭୁବନେଶ୍ୱର ସହରର ବିଭିନ୍ନ …
Read More »ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ରେ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ପୁରସ୍କାର ଜିତିଲା ଭୁବନେଶ୍ୱର
କେନ୍ଦ୍ର ଆବାସ ଏବଂ ସହରାଞ୍ଚଳ ବ୍ୟାପାର ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ ମନୋହର ଲାଲ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ତିନି ଦିନିଆ ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କରିବା ସହ ବିଭିନ୍ନ ବର୍ଗରେ ରାଜ୍ୟ ଓ ସହରାଞ୍ଚଳଗୁଡ଼ିକୁ ପୁରସ୍କୃତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସହରକୁ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ଭାବେ ଜାତୀୟ ପୁରସ୍କାର ମିଳିଛି । ସେହିପରି ଶ୍ରୀନଗର ଅଣମୋଟର ପରିବହନ ବ୍ୟବସ୍ଥା ଥିବା …
Read More »